fbpx

BIG BREAKING…ପୁରୀ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ; ଡିଜିପି ଅରୁଣ ଷଡ଼ଙ୍ଗୀ

Advertisement

ପୁରୀ: (ଓଡ଼ିଶା ଭାସ୍କର) ଆଉ ଦିନ କେଇଟା ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିଲାଗି ଜୋରସୋରରେ ଲାଗି ପଡ଼ିଛି ପ୍ରଶାସନ । ଏଥର ପୁରୀ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ । ପୁରୀରେ ସମୀକ୍ଷା ପରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା । ‘୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ । ୧୯ ଏସ୍‌ପି ପାହ୍ୟାର, ଡିଏସ୍‌ପି ପାହ୍ୟାର ୭୫ ଜଣ ମୁତୟନ ହେବେ ।’

ସେହିପରି ରଥଯାତ୍ରାର ସୁପରିଚାଳନା ପାଇଁ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ୯୦ ଜଣ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର । ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖଙ୍କ ସମେତ ୯୦ ଜଣ ଏହି ଦାୟିତ୍ୱରେ ରହିବେ । ସରକାରଙ୍କ ତରଫରୁ ରଥଯାତ୍ରାରେ ଶ୍ରଦ୍ଧାଳୁମାନଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

 

Get real time updates directly on you device, subscribe now.