fbpx

ପୁଣି ଭୁବନେଶ୍ୱରୁ ବାହାରିଲେ ୧୮୨ ପଜିଟିଭ୍

ଭୁବନେଶ୍ୱର,୨୪ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୭୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୪୮୧ କୁ ବୃଦ୍ଧି ପାଇଛି ।

ମୋଟ ୨୮ ହଜାର ୪୮୧ ପଜିଟିଭ ମଧ୍ୟରୁ ୧୫୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୫ ହଜାର ୮୯୫ ଜଣ ସୁସ୍ଥ ଓ ୨୪୧୫ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.