fbpx

ଆଜି ପୁଣି ଦୈନିକ ସଂକ୍ରମଣ ଦୁଇ ହଜାର ତଳକୁ ଖସିଲା: ରାଜ୍ୟରୁ ଚିହ୍ନଟ ହେଲେ ୧୮୩୩ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ଚାରିଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୬୨ ଓ ସ୍ଥାନୀୟ ଅଞ୍ଚଳରୁ ୭୭୧ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୩ ହଜାର ୬୯ ରହିଥିବା ବେଳେ ୧୮ ହଜାର ୯୧୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.