ଭୁବନେଶ୍ୱରରୁ ଆଜି ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

0 314

ଭୁବନେଶ୍ୱର, ୧୨ା୮ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୮୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୧୪ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୪୧୫ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Leave A Reply

Your email address will not be published.