fbpx
BSKY
BJD YOUTH SKY
BJD MS SKY

ମୃତ୍ୟୁସଂଖ୍ୟା ୧୮୮, ଆକ୍ରାନ୍ତ ସଂଖ୍ୟା ୪୧ ହଜାର

ନୂଆଦିଲ୍ଲୀ, ୨୦ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୮୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୫୫୮କୁ ବୃଦ୍ଧି ପାଇଛି । ଦିନକରେ ୪୦ ହଜାର ୯୫୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୫୫ ହଜାର ୨୮୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୩୯୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୧ ଲକ୍ଷ ୭ ହଜାର ୩୩୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.