fbpx

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୩, ଆକ୍ରାନ୍ତ ୧୯୨

ଭୁବନେଶ୍ୱର, ୩ା୧ (ଓଡିଶା ଭାସ୍କର): ରାଜ୍ୟରେ କରୋନାରେ ଦିନକ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୯ ଜଣ ସଙ୍ଗରୋଧରୁ ଓ ୮୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୫ ହଜାର ୯୬୫ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧାରେ ରାଜ୍ୟରେ ୭୦ ଲକ୍ଷ ୧୨ ହଜାର ୮୯୩ ସାମ୍ପୁଲ ଟେଷ୍ଟ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.