fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ୍‌ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି ଏବଂ ଏହା ସମୁଦ୍ର ପତନଠାରୁ ୪.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, କନ୍ଧମାଳ, ରାୟଗଡା, ଅନୁଗୁଳ ଓ ଢ଼େଙ୍କାନାଳ । ସେଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୫ ତାରିଖରୁ ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.