fbpx

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୯ ଜଣ କୋଭିଡ୍ ପଜିଟିଭ୍

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୧୨ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୨ ଜଣ ପିଲା ସଂକ୍ରମିତ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୫୦୪ ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୨୩୫ ଜଣ ରହିଥିବା ବେଳେ ୯୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧାରୁ ୬ ଜଣ, କଟକରୁ ୫,ଗଂଜାମ ଓ ବାଲେଶ୍ୱରରୁ ୨ ଜଣ ଏବଂ ଦେଓଗଡ, ନୟାଗଡ, ସୁନ୍ଦରଗଡରୁ ଜଣେ ଲେଖାଏଁ ଏବଂ ଷ୍ଟେଟପୁଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.