ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ଦୁଇଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୯୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୦୯ ଓ ସ୍ଥାନୀୟ ଅଞ୍ଚଳରୁ ୮୦୮ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର ୮୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୯ ହଜାର ୧୬୦ ରହିଥିବା ବେଳେ ୧୯ ହଜାର ୨୬୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 22nd July
New Positive Cases: 1917
In Quarantine: 1109
Local Contacts: 808(Details of local contacts will be shared by concerned Dist Administration)
District Wise Cases:
1. Angul: 91
2. Balasore: 84
3. Bargarh: 19
4. Bhadrak: 55
5. Balangir: 10— I & PR Department, Odisha (@IPR_Odisha) July 23, 2021
22. Mayurbhanj: 69
23. Nawarangpur: 10
24. Nayagarh: 76
25. Nuapada: 5
26. Puri: 118
27. Rayagada: 11
28. Sambalpur: 15
29. Sonepur: 6
30. Sundargarh: 50
31. State Pool: 109New recoveries: 2210
Cumulative tested: 15435905
Positive: 963851
Recovered: 939160
Active cases: 19261— I & PR Department, Odisha (@IPR_Odisha) July 23, 2021