ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୪୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୫୬୬ ରହିଥିବା ବେଳେ ୩ ହଜାର ୫୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 8th November
New Positive Cases: 296
Of which 0-18 years: 58
In quarantine: 174
Local contacts: 122(Details of local contacts will be shared by concerned District)
1. Balasore: 4
2. Bhadrak: 4
3. Balangir: 2
4. Cuttack: 23
5. Deogarh: 5
6. Dhenkanal: 1— I & PR Department, Odisha (@IPR_Odisha) November 9, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୬୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ ଓ ଅନୁଗୁଳରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
21. Sundargarh: 23
22. State Pool: 36New recoveries: 369
Cumulative tested: 22524398
Positive: 1044041
Recovered: 1032566
Active cases: 3058— I & PR Department, Odisha (@IPR_Odisha) November 9, 2021