ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୮୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୮୮୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୫ ରହିଥିବା ବେଳେ ୨ ହଜାର ୩୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 28th November
New Positive Cases: 197
Of which 0-18 years: 25
In quarantine: 115
Local contacts: 82(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 3
4. Cuttack: 6
5. Deogarh: 3
6. Dhenkanal: 4— I & PR Department, Odisha (@IPR_Odisha) November 29, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୦୯କୁ ବୃଦ୍ଧି ପାଇଛି । ବରଗଡ଼ ଜିଲ୍ଲାରୁ ଦୁଇଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 221
Cumulative tested: 23677774
Positive: 1048880
Recovered: 1038085
Active cases: 2333— I & PR Department, Odisha (@IPR_Odisha) November 29, 2021