fbpx

ରାଜ୍ୟରେ ଆଜି ୧୯୮ ପଜିଟିଭ୍ ଚିହ୍ନଟ, ୨ ମୃତ

Advertisement

ଭୁବନେଶ୍ୱର,୫।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୭ କୁ ବୃଦ୍ଧି ପାଇଛି । ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.