fbpx

ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ହରାଇଲା ଭାରତ

ନୂଆଦିଲ୍ଲୀ: ମୋହାଲିର ପଂଜାବ କ୍ରିକେଟ ଆସୋସିଏସ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ହରାଇ ଦେଇଛି ଭାରତ । ଏହା ସହିତ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି ଭାରତ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ  ବୋଲିଂ କରିଥିଲା । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୨୭୬ରନ କରିଥିଲା । ଫଳରେ ବିଜୟ ପାଇଁ ଭାରତ ଆଗରେ ୨୭୭ର ଲକ୍ଷ୍ୟ ରହିଥିଲା । ଅଷ୍ଟ୍ରେଲିଆ ପକ୍ଷରୁ ଡେଭିଡ ଓ୍ବାର୍ଣ୍ଣର ୫୨ରନ , ଜୋସ ଇଂଗଲିସ ୪୫ରନ, ଷ୍ଟିଭ ସ୍ମିଥ୍ ୪୧ରନ କରିଥିଲେ । ଭାରତ ପକ୍ଷରୁ ମହମ୍ମଦ ସମି ୫ ଓ୍ବିକେଟ ନେଇଥିଲେ ।

୨୭୭ରନର ଲକ୍ଷ୍ୟକୁ ଭାରତ ୪୮.୪ ଓଭରରେ ୫ ଓ୍ବିକେଟ ହରାଇ ହାସଲ କରିନେଇଥିଲା । ଭାରତ ପକ୍ଷରୁ ଦୁଇ ଓପନର ଋତୁରାଜ ଗାଇକ୍ବାଡ୍ ଓ ଶୁଭମନ ଗିଲ ପ୍ରଥମ ଓ୍ବିକେଟ ଯୋଡ଼ିରେ ୧୪୨ରନ କରି ବିଜୟ ପାଇଁ ଏକ ଦୃଢ ମୂଳଦୁଆ ସ୍ଥାପନ କରିଥିଲେ । ଗାଇକ୍ବାଡ ୭୧ ଓ ଗିଲ ୭୪ରନ କରି ଆଉଟ ହୋଇଥିଲେ । ସେହିପରି କେଏଲ ରାହୁଲ ୫୮ ରନ ଓ ସୂର୍ଯ୍ୟକୁମାର ୫୦ରନର ଯୋଗଦାନ ଦେଇ ଦଳ ପାଇଁ ବିଜୟ ଆଣିଦେଇଥିଲେ ।

Get real time updates directly on you device, subscribe now.