fbpx

ଆଜି-କାଲି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, କିଛି ଜିଲ୍ଲାରେ କୁଆପଥର ବର୍ଷା ନେଇ ଆଶଙ୍କା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌):  ଆଜିଠୁ  ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ମାତ୍ରାଧିକ ଉଷ୍ମ ଜଳୀୟ ବାଷ୍ପ ପ୍ରଭାବରେ ଗୁରୁବାର ଓ ଶୁକ୍ରବାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବାରୁ ସେସବୁ ଅଞ୍ଚଳର ଅଧିବାସୀମାନଙ୍କୁ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ, ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ସୋନପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.