fbpx

ଆଉ ଏକ ନୂଆ ଜିଲ୍ଲାକୁ ଡ଼େଇଁଲା କରୋନା, ୨ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୫କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲାର ଲେଖରିଆ ଗ୍ରାମର ବୋଲି ଜଣାପଡ଼ିଛି । ଦୁଇଜଣ ଯାକ ପୁରୁଷ ହୋଇଥିବା ବେଳେ ସେମାନେଙ୍କ ବୟସ ଯଥାକ୍ରମେ ୨୨ ଓ ୧୮ ରହିଛି । ସେମାନେ ନିକଟରେ ତାମିଳନାଡ଼ୁରୁୁ ଫେରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ବର୍ତ୍ତମାନ୧୪୫ଜଣ ଆକ୍ରାନ୍ତ ଜିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.