fbpx
BSKY SKY
BSKY SKY

ଆଉ ୨ଦିନ ପ୍ରବଳ ବର୍ଷା! ୧୨ ଜିଲ୍ଲାକୁ ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ

BSKY

ଭୁବନେଶ୍ୱର: ରାଜ୍ୟରେ ଲଗାତାର ବର୍ଷା ଜାରି ରହିଛି । ଫଳରେ ବର୍ଷାର ପରିମାଣ ବୃଦ୍ଧି ପାଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାଦ୍ୱାରା ଗଣେଶ ପୂଜାରେ ରାଜଧାନୀ ଭୁବନେଶ୍ୱର ସମେତ ଦକ୍ଷିଣ ଓଡ଼ିଶା ଓ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇଛି ।

ଏହି ଲଘୁଚାପ ଆଗାମୀ ୨ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା-ଦକ୍ଷିଣ ଝାରଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ବାବନା ରହିଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହି ଲଘୁଚାପ ପ୍ରଭାବରେ ଗତକାଲି ଅପରାହ୍ନ ସମୟରୁ ରାଜଧାନୀରେ ମଧ୍ୟ ବର୍ଷା ଜାରି ରହିଛି । ସେହିପରି କଟକରେ ମଧ୍ୟ ବର୍ଷା ଦେଖିବାକୁ ମିଳିଛି ।

କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାକି ୧୮ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି ।

Get real time updates directly on you device, subscribe now.