fbpx

ରାଜ୍ୟରେ କରୋନା ନେଲା ୨ ଜୀବନ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

Advertisement

ଭୁବନେଶ୍ୱର,୨୧ ।୬(ଓଡିଶା ଭାସ୍କର): ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଆଜି ୨୧ଟି ଜିଲ୍ଲାରୁ ସର୍ବାଧିକ ୩୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ୨ ଜଣଙ୍କ ମଧ୍ୟରୁ ବରଗଡ ଜିଲ୍ଲାର ଜଣେ ୭୬ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ମୃତ ବୃଦ୍ଧଜଣକ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଥିଲା । ଏହା ସହ ସେ ଡାଇବେଟିସ୍ ରୋଗରେ ପୀଡିତ ଥିଲେ ।

ସେହିପରି ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷୀୟ ବ୍ୟକ୍ତିଙ୍କର କରୋନାଜନିତ ମୃତ୍ୟୁ ଘଟିଛି । ମୃତକ ଜଣକ ଏକାଧିକ ରୋଗରେ ପୀଡିତ ଥିଲେ । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.