fbpx

ବଢ଼ିଲା ଚିନ୍ତା; ଓଡ଼ିଶାରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

AAKASH

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦେଶରେ ଦ୍ରୁତ ଗତିରେ ମାଡ଼ିଚାଲିଛି । ଏହାରି ମଧ୍ୟରେ ଓଡ଼ିଶାରୁ ପୁଣି ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଥିବା ସୂଚନା ମିଳିଛି । ଓମିକ୍ରନ ଚିହ୍ନଟ ହୋଇଥିବା ୨ ଜଣ ନାଇଜେରିଆ ଫେରନ୍ତା ବୋଲି ଜଣାପଡିଛି । ଉଭୟ ଭୁବନେଶ୍ୱରର ଘରୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏହହି କ୍ରମରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ରାଜ୍ୟରୁ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଅନ୍ୟପଟେ ତାମିଲନାଡ଼ୁରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ମା ସୁବ୍ରମଣ୍ୟୟମ୍ ଏହାର ସୂଚନା ଦେଇଛନ୍ତି । ଏହି କ୍ରମରେ ଦେଶରେ ଓମିକ୍ରନ ମାମଲା ୨୮୦କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.