fbpx
BJD SKY
BJD SKY

ଗୋଟିଏ ଦିନରେ ୨୦ ସ୍କ୍ରବ ଟାଇଫସ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ

BJD

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଥମିବାର ନାଁ ନେଉନି ସ୍କ୍ରବ ଟାଇଫସ ଆତଙ୍କ । ପ୍ରତିଦିନ ଲଗାତାର ଏହି ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆଜି ଗୋଟିଏ ଦିନରେ ୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨ରେ ପହଞ୍ଚିଛି । ଏ ନେଇ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ସ୍ୱାସ୍ଥ୍ୟ ବିଭାଗ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି ।

ତେବେ ସୁନ୍ଦରଗଡ ଓ ବରଗଡ ସହ ବଲାଙ୍ଗୀର ଜିଲ୍ଲାରେ ଏହା ଆତଙ୍କଜନକ ପରିସ୍ଥିତି ସୃଷ୍ଟି କରିଛି । ଏହି ଦୁଇଟି ଜିଲ୍ଲାରୁ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।  ଆଜି ନୂଆ ୨୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୨ରେ ପହଞ୍ଚିଛି । ଯାହାକୁ ନେଇ ଜିଲ୍ଲାବାସୀଙ୍କ ମନରେ ଭାଇରସକୁ ନେଇ ଆତଙ୍କ ଦେଖା ଦେଇଛି । ଅନ୍ୟପକ୍ଷରେ ଏହି ରୋଗର ନିରାକରଣ ପାଇଁ ସୁନ୍ଦରଗଡ ଓ ବରଗଡ ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ୍ ପଠାଯାଇଛି । ସୁନ୍ଦରଗଡର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ, ହସ୍ପିଟାଲରେ ପର୍ୟ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ସ୍ୱତନ୍ତ୍ର ଡାକ୍ତରୀ ଦଳ ମଧ୍ୟ ପ୍ରସ୍ତୁତ ହୋଇ ରହିଛନ୍ତି । ତେଣୁ ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହି ଜୀବାଣୁ ଚାଷ ଜମି ଓ ଜଙ୍ଗଲରେ ରହିଥାନ୍ତି । ଲାର୍ଭା ମାଇଟ୍ସ ନାମକ ପୋକ କାମୁଡିବା ଫଳରେ ଏହା ଭୂତାଣୁ ଶରୀରର ଚର୍ମକୁ ଚାଲିଯାଇଥାଏ । ପୋକଟି ଯେଉଁଠି କାମୁଡିଥାଏ ସେଠାରେ ପ୍ରଥମେ ଗୋଟିଏ ଛୋଟିଆ ବ୍ରଣ ଭଳି ହୋଇଥାଏ । ପରେ ଏହା ଘା’ ହୋଇଯାଇଥାଏ । ଲମ୍ବା ସମୟ ଧରି ଜ୍ୱର ସହିତ ହାତ, ଗୋଡ ଓ ତଣ୍ଟି ବିନ୍ଧା ଲାଗିରହିଥାଏ । ଏପରିକି ଝାଡା ଓ କାଶ ମଧ୍ୟ ହୋଇଥାଏ । ତେବେ ପ୍ରାଥମିକ ଚିକିତ୍ସା କଲେ ଏହି ରୋଗ ଭଲ ହୋଇଥାଏ । ଏହି ରୋଗରେ ଆକ୍ରାନ୍ତ ଯଦି ଗୁରୁତର ହୋଇଥାନ୍ତି, ତେବେ ଦେହରେ ସେପ୍ଟି ସେମିଆ ଓ ନିମୋନିଆ ଭଳି ରୋଗ ଦେଖାଦେଇଥାଏ ।

Get real time updates directly on you device, subscribe now.