ଦେଶରେ ଦିନକରେ ୨୦୧ ମୃତ, ୧୬ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୫ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୮୫୦କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୩୭୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୩ ଲକ୍ଷ ୫୬ ହଜାର ୮୪୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୧ ହଜାର ୩୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୯ ଲକ୍ଷ ୭୫ ହଜାର ୯୫୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।