fbpx

ଦେଶରେ ଦିନକରେ ୨୦୧ ମୃତ, ୧୮ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୦ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୦୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୯୯୯କୁ ବୃଦ୍ଧି ପାଇଛି । ଦିନକରେ ୧୮ ହଜାର ୬୪୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪ ଲକ୍ଷ ୫୦ ହଜାର ୨୮୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୩ ହଜାର ୩୩୫ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭୫ ହଜାର ୯୫୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.