fbpx

ଦିନକରେ ଚାଲିଗଲା ୨୦୨୩ ଜୀବନ

ନୂଆଦିଲ୍ଲୀ, ୨୧ ।୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦୈନିକ ସଂକ୍ରମଣ ୩ ଲକ୍ଷ ମୁଁହା ହେବାରେ ଲାଗିଲାଣି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୦୨୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୯୫ ହଜାର ୪୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଲକ୍ଷ ୫୭ ହଜାର ୫୩୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୩୨ ଲକ୍ଷ ୭୬ ହଜାର ୦୩୯ରେ ପହଞ୍ଚିଛି । ୧୩ କୋଟି ୧ ଲକ୍ଷ ୧୯ ହଜାର ୩୧୦ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.