fbpx

ରାଜ୍ୟରେ ଆଜି ୨୦୬ ପଜିଟିଭ୍ ଚିହ୍ନଟ, ୧ ମୃତ

ଭୁବନେଶ୍ୱର,୯।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୦୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୦୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୧ କୁ ବୃଦ୍ଧି ପାଇଛି । ଆଜି ମାଲକାନଗିରିର ଜଣେ ୪୭ ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.