ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୧ ଓ ସ୍ଥାନୀୟ ଅଞ୍ଚଳରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୮୬୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୭୫୯ ରହିଥିବା ବେଳେ ୨ ହଜାର ୬୬୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 15th November
New Positive Cases: 206
Of which 0-18 years: 32
In quarantine: 121
Local contacts: 85(Details of local contacts will be shared by concerned District)
1. Angul: 2
2. Balasore: 3
3. Bhadrak: 3
4. Boudh: 2
5. Cuttack: 15
6. Dhenkanal: 1— I & PR Department, Odisha (@IPR_Odisha) November 16, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Ganjam: 3
8. Jagatsinghpur: 4
9. Jajpur: 12
10. Jharsuguda: 3
11. Kandhamal: 1
12. Kendrapada: 2
13. Khurda: 120
14. Sambalpur: 3
15. Sundargarh: 5
16. State Pool: 27New recoveries: 254
Cumulative tested: 22945986
Positive: 1045862
Recovered: 1034759
Active cases: 2669— I & PR Department, Odisha (@IPR_Odisha) November 16, 2021