fbpx

ପୁଣି ସଂକ୍ରମଣ ଦୁଇ ହଜାର ଟପିଲା: ରାଜ୍ୟରୁ ଚିହ୍ନଟ ହେଲେ ୨୦୮୫ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ଗତକାଲି ତଳକୁ ଖସିଥିଲା । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଥିଲା । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଆଜି ପୁଣି ସଂକ୍ରମଣ ୨ ଉପରକୁ ଟପିଛି । ଏହା ମଧ୍ୟରେ ଆଜି ୨୦୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯୮ ଓ ସ୍ଥାନୀୟ ଅଞ୍ଚଳରୁ ୮୮୭ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୮ ହଜାର ୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୨ ହଜାର ୬୬୬ ରହିଥିବା ବେଳେ ୨୦ ହଜାର ୧୬୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ କଟକ ଜିଲ୍ଲାରୁ ସର୍ବାଧିକ ୫୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.