fbpx

ପୁଣି ବଢ଼ିଲା କରୋନା ମୃତ୍ୟୁ ସଂଖ୍ୟା: ଆଜି ରାଜ୍ୟର ୨୧ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୫ା୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ପ୍ରାଣ ହରାଇଛନ୍ତି । ସେହିପରି ଅନୁଗୁଳରୁ ୩ ଜଣ, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ରାୟଗଡ଼ାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ୧୧ ହଜାର ୮୦୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ପକ୍ଷରୁ ୬୬୧୧ କ୍ୱାରେଣ୍ଟାଇନରୁ ଓ ୫୧୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୯୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.