fbpx
BJD SKY
BJD SKY

ରାଜ୍ୟର କରୋନା ନେଲା ୨୧ ଜଣଙ୍କ ଜୀବନ 

BJD

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଆଜି କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହା ସହ ବରଗଡ଼, ବଲାଙ୍ଗିର, କଟକ ଓ କନ୍ଧମାଳ, କେନ୍ଦୁଝର, ନୟାଗଡ଼ମ ନୂଆପଡା, ପୁରୀ ଜିଲ୍ଲାରୁ ୧ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 

ତେବେ ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୨୧୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୮୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୪୪,୪୦୧କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୫,୩୭୫ ଥିବା ବେଳେ ୫,୩୬,୫୯୫ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.