fbpx

ଝାରସୁଗୁଡାର ଇଞ୍ଜିନିୟରିଂ କଲେଜରୁ ୨୧ ପଜିଟିଭ୍ ଚିହ୍ନଟ

ଝାରସୁଗୁଡା,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଝାରସୁଗୁଡାର ଏକ ଇଞ୍ଜିନିୟରିଂ କଲେଜରୁ ୨୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୧ ଜଣ ଚିହ୍ନଟଙ୍କ ମଧ୍ୟରେ ୮ ଜଣ ଛାତ୍ର, ୧୩ ଶିକ୍ଷକ ଓ କର୍ମଚାରୀ ରହିଛନ୍ତି । ଜଣେ ଆକ୍ରାନ୍ତ ଚିହ୍ନଟ ପରେ ୧୦୦ ଜଣଙ୍କର ସାମ୍ପଲ ନିଆଯାଇଥିଲା । ୧୦୦ଟି ସାମ୍ପଲ ଟେଷ୍ଟ ପରେ ୨୧ ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତମାନଙ୍କୁ ଆଇସୋଲେସନରେ ରଖାଯାଇଛି ।

ତେବେ ରାଜ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୪୮୨ ରହିଥିବା ବେଳେ ୧୪୪୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.