fbpx

ଥମୁନି ସଂକ୍ରମଣ ! ଆଜି ପୁଣି ରାଜ୍ୟରୁ ବାହାରିଲେ ୨୧୧୦ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । କିନ୍ତୁ ପ୍ରତିଦିନ ସଂକ୍ରମଣ ସଂଖ୍ୟା ତଳ ଉପର ହେଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୩୧ ଓ ସ୍ଥାନୀୟ ଅଞ୍ଚଳରୁ ୮୯୭ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୦ହଜାର ୬୪୬ ରହିଥିବା ବେଳେ ୨୨ ହଜାର ୨୯୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୮ ଓ କଟକରୁ ୩୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.