ନୂଆଦିଲ୍ଲୀ, ୩ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୧୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୪୩୫କୁ ବୃଦ୍ଧି ପାଇଛି । ଦିନକରେ ୧୮ ହଜାର ୧୭୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୩ ଲକ୍ଷ ୨୩ ହଜାର ୯୬୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୨୨୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୯ ଲକ୍ଷ ୨୭ ହଜାର ୩୧୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।