fbpx
BJD SKY
BJD SKY

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୧୮୨ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

BJD

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ତିନିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୧୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୯୨୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୨ ହଜାର ୧୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୫ ହଜାର ୫୨୬ ରହିଥିବା ବେଳେ ୨୧ ହଜାର ୫୪୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.