fbpx

ବଡ଼ ଖବର: ଓଡ଼ିଶାରେ ୨୨ରୁ ୨୪ ପର୍ଯ୍ୟନ୍ତ ପରୀକ୍ଷା ବନ୍ଦ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପରେ ଏବେ ପୌର ନିର୍ବାଚନ ପାଇଁ ଚାଲିଛି ପ୍ରସ୍ତୁତି । ପୌର ନିର୍ବାଚନ ପାଇଁ ରାଜ୍ୟରେ ୨୨ ତାରିଖରୁ ୨୪ ପର୍ଯ୍ୟନ୍ତ ପରୀକ୍ଷା ବନ୍ଦ ରହିବ । ୨୨ରୁ ୨୪ ପର୍ଯ୍ୟନ୍ତ +୩ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ସବସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠି ଲେଖାଯାଇଛି । ଚିଠି ଲେଖି ପରୀକ୍ଷା ବନ୍ଦ ନେଇ ଜଣାଇଛି ଉଚ୍ଚଶିକ୍ଷା ବିଭାଗ ।

ତେବେ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ମାର୍ଚ୍ଚ ୨ ତାରିଖରୁ ୭ ପର୍ଯ୍ୟନ୍ତ ରହିଥିଲା ନାମାଙ୍କନ ଦାଖଲ ପ୍ରକ୍ରିୟା । ୯ ତାରିଖରେ ମନୋନୟନ ପତ୍ର ଯାଞ୍ଚ ହେବ । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ହେବ ଏବଂ ମାର୍ଚ୍ଚ ୨୬ରେ ଫଳାଫଳ ପ୍ରକାଶ ପାଇବ । ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ମେୟର/ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ଇଭିଏମରେ ହେବ ଭୋଟ ଗଣତି । ପୌର ନିର୍ବାଚନରେ ପ୍ରତି ବୁଥରେ ୨ଟି ଇଭିଏମ ରଖାଯିବ । ଗୋଟିଏ ଇଭିଏମରେ ମେୟର/ପୌରାଧ୍ୟକ୍ଷଙ୍କୁ ଭୋଟ ଦେଇହେବ । ୨ୟ ଇଭିଏମରେ କାଉନସିଲର/କର୍ପୋରେଟରଙ୍କୁ ଭୋଟ ଦେଇହେବ ।’ ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ ଓ ୮ରେ ଡେପୁଟୀ ମେୟର ପାଇଁ ନିର୍ବାଚନ ହେବ । ୧୦୬ ଏନଏସି/ମ୍ୟୁନିସିପାଲଟି, ୩ଟି ମହାନଗରରେ ନିର୍ବାଚନ ହେବ । ଅଦାଲତି ମାମଲା ପାଇଁ ପୁରୀ ମ୍ୟୁନିସିପାଲିଟିରେ ନିର୍ବାଚନ ହେବନି ।

Get real time updates directly on you device, subscribe now.