fbpx

ଦେଶରେ ଦିନକରେ ୨୨୪ ମୃତ, ୧୯ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୨୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮କୁ ବୃଦ୍ଧି ପାଇଛି ।

ଦିନକରେ ୧୯ ହଜାର ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୦ ହଜାର ୧୮୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୯୯ ଲକ୍ଷ ୬ ହଜାର ୩୮୭ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.