fbpx
BSKY SKY
BSKY SKY

ଭୁବନେଶ୍ୱରରୁ ଆଜି ୨୩୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

BSKY

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ପୁଣି ହ୍ରାସ ପାଇବାରେ ଲାଗିଛି । ଭୁବନେଶ୍ୱରରୁ ଆଜି ୨୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୪୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୧ ହଜାର ୩୫୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୯ ହଜାର ୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୨୧୮ ଜଣ ଚିକିତ୍ସିତ ହେଉଥିବା ବେଳେ ୪୭୦ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.