ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଗତ ସାତ ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଏହା ମଧ୍ୟରେ ଆଜି ପୁଣି ୨୩୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୯୯୨ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 9th July
New Positive Cases: 2334
In quarantine: 1342
Local contacts: 992(Details of local contacts will be shared by concerned Dist Administration)
District Wise Cases:
1. Angul: 64
2. Balasore: 164
3. Bargarh: 17
4. Bhadrak: 121
5. Balangir: 6— I & PR Department, Odisha (@IPR_Odisha) July 10, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬ ହଜାର ୫୧୯ ରହିଥିବା ବେଳେ ୨୬ ହଜାର ୩୬୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 104
23. Nawarangpur: 7
24. Nayagarh: 94
25. Nuapada: 3
26. Puri: 106
27. Rayagada: 38
28. Sambalpur: 21
29. Sonepur: 12
30. Sundargarh: 87
31. State Pool: 76New recoveries: 3341
Cumulative tested: 14490021
Positive: 937470
Recovered: 906519
Active cases: 26364— I & PR Department, Odisha (@IPR_Odisha) July 10, 2021