ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୩୪୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ ରହିଥିବା ବେଳେ ୨ ହଜାର ୩୭୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 30th November
New Positive Cases: 237
Of which 0-18 years: 39
In quarantine: 139
Local contacts: 98(Details of local contacts will be shared by concerned District)
1. Balasore: 5
2. Bhadrak: 2
3. Balangir: 5
4. Boudh: 1
5. Cuttack: 19
6. Dhenkanal: 3— I & PR Department, Odisha (@IPR_Odisha) December 1, 2021
18. Sundargarh: 16
19. State Pool: 27New recoveries: 203
Cumulative tested: 23789724
Positive: 1049345
Recovered: 1038509
Active cases: 2370— I & PR Department, Odisha (@IPR_Odisha) December 1, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୧୩କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 98 years old male of Bhubaneswar who was also suffering from Hypertension.
2.A 57 years old male of Dhenkanal District who was also suffering from Diabetes Mellitus.
— H & FW Dept Odisha (@HFWOdisha) December 1, 2021