fbpx

ଭୁବନେଶ୍ୱରୁ ପୁଣି ବାହାରିଲେ ୨୩୯ ପଜିଟିଭ୍ 

ଭୁବନେଶ୍ୱର,୨୧ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି  । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି  । ଏହାସହ ଆଜି ୩୦୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି  । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୯୦୯ କୁ ବୃଦ୍ଧି ପାଇଛି ।

ମୋଟ ୨୭ ହଜାର ୯୦୯ ପଜିଟିଭ ମଧ୍ୟରୁ ୧୪୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୫ ହଜାର ୦୬୦ ଜଣ ସୁସ୍ଥ ଓ ୨,୬୮୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି  ।

Get real time updates directly on you device, subscribe now.