fbpx

ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି ।  ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ୧୫, ଗଞ୍ଜାମ ୩, ବୌଦ୍ଧ ୧, ଯାଜପୁର ୩, ପୁରୀରେ ଜଣେ ଚିହ୍ନଟ ହୋଇଥିବା ଜଣାପଡ଼ିଛି।  ଏନେଇ  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୩୪୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

 

Get real time updates directly on you device, subscribe now.