fbpx

ଭୁବନେଶ୍ୱରରୁ ଆଜି ଆଉ ୨୪ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳର

Advertisement

ଭୁବନେଶ୍ୱର, ୩ା୭(ଓଡ଼ିଶା ଭାସ୍କର): ଆଜି ରାଜ୍ୟରେ ସର୍ବାଧିକ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୨୪ଜଣ ବୋଲି ଜଣାପଡ଼ିଛି । ୨୪ଜଣଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୪ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । ସ୍ତାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଚାରି ଜଣଙ୍କ ମଧ୍ୟରୁ ୩ଜଣ ଏକ ଘରୋଇ ହସ୍ପିଟାଲରୁ ୨୯, ୨୭ ଓ ୩୪ବର୍ଷୀୟ ମହିଳା ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜଣକ ଖଣ୍ଡଗିରି ଅଞ୍ଚଳରୁ ଜଣେ ୩୮ ବର୍ଷୀୟ ମହିଳା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଭୁବନେଶ୍ୱରରୁ ୧୫ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.