fbpx

ରାଜ୍ୟରେ କମୁଛି ସଂକ୍ରମଣ ସଂଖ୍ୟା: ଆଜି ୨୪୨୩ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୨ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୪୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୦୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୮,୬୬୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୫୯, ଅନୁଗୁଳୁରୁ ୨୨୯, ସୁନ୍ଦରଗଡରୁ ୧୯୫, ମୟୂରଭଞ୍ଜରୁ ୧୨୮, କଟକରୁ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.