fbpx

ରାଜ୍ୟରେ ଆଜି ସର୍ବାଧିକ ୨୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୩୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ସର୍ବାଧିକ ୨୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୫୧୮୯କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୫୯, ଗଞ୍ଜାମରୁ ୪୧, ଖୋର୍ଦ୍ଧାରୁ ୩୮, ଝାରସୁଗୁଡ଼ାରୁ ୧୫, ସୁନ୍ଦରଗଡ଼ରୁ ୧୦, ଭଦ୍ରକରୁ ୮, ଯାଜପୁରରୁ ୮, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୭, ବରଗଡ଼ରୁ ୬, ମୟୁରଭଞ୍ଜରୁ ୬, ଜଗତସିଂହପୁରରୁ ୫, କଟକରୁ ୪, ମାଲକାନଗିରିରୁ ୪, ନବରଙ୍ଗପୁରରୁ ୪, ବାଲେଶ୍ୱରରୁ ୨, କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.