ଭୁବନେଶ୍ୱର,୧୬ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୫୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୭୭୯ କୁ ବୃଦ୍ଧି ପାଇଛି ।
Update on newly detected #COVID19 cases in the last
24 hrs under the BMC area on 16th Oct 2020(till 9am). pic.twitter.com/f02oD7J6fT— BMC (@bmcbbsr) October 16, 2020
ମୋଟ ୨୬ ହଜାର ୭୯୯ ପଜିଟିଭ ମଧ୍ୟରୁ ୧୨୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୩ ହଜାର ୫୨୩ ଜଣ ସୁସ୍ଥ ଓ ୩,୧୦୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।