fbpx

ଓଡ଼ିଶାରେ ପୁଣି ମାଡ଼ିଲା କରୋନା: ୨୪ ଘଣ୍ଟାରେ ୨୪୫ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ପୁଣି ଥରେ ବଢ଼ିବାରେ ଲାଗିଛି । ରାଜ୍ୟରେ ଆଜି ବି କରୋନା ସଂକ୍ରମଣ ୨ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୧୪୩ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୧୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୪୧ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୩୮, ଷ୍ଟେଟପୁଲରୁ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦, ୭୮୩କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୧୪୯୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୦,୧୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.