ଭୁବନେଶ୍ୱର,୮।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବଲାଙ୍ଗୀରରୁ ସର୍ବାଧିକ ୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 7th January, 2021
New Positive Cases: 245
In quarantine: 141
Local contacts: 104(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 16
3. Bargarh: 13
4. Bhadrak: 3
5. Balangir: 40— I & PR Department, Odisha (@IPR_Odisha) January 8, 2021
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Sonepur: 4
23. Sundargarh: 29
24. State Pool: 5New recoveries: 282
Cumulative tested: 7111212
Positive: 331396
Recovered: 327290
Active cases: 2163— I & PR Department, Odisha (@IPR_Odisha) January 8, 2021