ଭୁବନେଶ୍ୱର,୧।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୮୬୬ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୫ ହଜାର ୪୩୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 31st December
New Positive Cases: 245
In quarantine: 139
Local contacts: 106(Details of local contacts will be shared by concerned District Administration)
District Wise Cases:
1. Angul: 32
2. Balasore: 5
3. Bargarh: 14
4. Bhadrak: 6
5. Balangir: 9— I & PR Department, Odisha (@IPR_Odisha) January 1, 2021
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୭୬ କୁ ବୃଦ୍ଧି ପାଇଛି । କଟକ, ଖୋର୍ଦ୍ଧା ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sonepur: 1
24. Sundargarh: 34
25. State Pool: 5New recoveries: 329
Cumulative tested: 6976108
Positive: 329866
Recovered: 325432
Active cases: 2505— I & PR Department, Odisha (@IPR_Odisha) January 1, 2021