ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୦୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୯୯୧ ରହିଥିବା ବେଳେ ୨ ହଜାର ୭୯୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 12th November
New Positive Cases: 247
Of which 0-18 years: 37
In quarantine: 144
Local contacts: 103(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 2
4. Cuttack: 22
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) November 13, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୫କୁ ବୃଦ୍ଧି ପାଇଛି । କୋରାପୁଟ ଓ ଗଞ୍ଜାମରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
20. Sundargarh: 8
21. State Pool: 26New recoveries: 339
Cumulative tested: 22778231
Positive: 1045209
Recovered: 1033991
Active cases: 2790— I & PR Department, Odisha (@IPR_Odisha) November 13, 2021