fbpx

ରାଜ୍ୟରେ କରୋନାକୁ ନେଇ ବଢ଼ୁଛି ଦ୍ୱନ୍ଦ୍ୱ, ଆଜି ୨୪୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହେଉଥିଲା । ତିନି ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଏହା ମଧ୍ୟରେ ଆଜି ପୁଣି ୨୪୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୨୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫୯ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୭ ହଜାର ୧୮୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୯୪ ହଜାର ୧୦୪ ରହିଥିବା ବେଳେ ୨୮ ହଜାର ୭୩୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.