fbpx
BJD SKY
BJD SKY

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୮୦ ଲକ୍ଷରେ ପହଞ୍ଚିଲା

BJD

ନୂଆଦିଲ୍ଲୀ, ୫ା୩: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୫ ଲକ୍ଷ ୮୦ ହଜାର ୭୮୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୬୨ ଲକ୍ଷ ୬ ହଜାର ୨୦୬କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୧୮ ଲକ୍ଷ ୭୭ ହଜାର ୩୭୮ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୭ ଲକ୍ଷ ୫୦ ହଜାର ୬୮୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୭୪୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୩ ହଜାର ୬୩୬ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.