fbpx
BSKY SKY
BSKY SKY

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୯୯ ଲକ୍ଷରେ ପହଞ୍ଚିଲା

BSKY

ନୂଆଦିଲ୍ଲୀ, ୭ା୩: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଲକ୍ଷ ୯୯ ହଜାର ୧୭୭ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୭୦ ଲକ୍ଷ ୬୭ ହଜାର ୬୮୩କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୨୬ ଲକ୍ଷ ୪୪ ହଜାର ୭୦୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୮ ଲକ୍ଷ ୨୩ ହଜାର ୮୨୭ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୩୦୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୭ ହଜାର ୧୧୯ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.