fbpx
BJD SKY
BJD SKY

ଓଡ଼ିଶାରେ କରୋନା ନେଲା ୨୫ ଆକ୍ରାନ୍ତଙ୍କ ଜୀବନ

BJD

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୦୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ, ରାୟଗଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ନୂଆପଡ଼ା, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୦୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୫,୮୯୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୬,୮୧୨ ଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.